ଉଛୁଳୁଛି ସୁବର୍ଣ୍ଣରେଖା, ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 27, 2021

ଉଛୁଳୁଛି ସୁବର୍ଣ୍ଣରେଖା, ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାତ୍ୟା ‘ୟାସ୍‌’ ପ୍ରଭାବରେ ହୋଇଥିବା ବର୍ଷା ଯୋଗୁଁ ଉଛୁଳୁଛି ସୁବର୍ଣ୍ଣରେଖା ନଦୀ। ବାଲେଶ୍ୱର ଜିଲ୍ଲା ଜାମଶୋଳାଘାଟ ଠାରେ ଏହା ବିପଦ ସଂକେତ ଟପିଛି। ଜାମଶୋଳାଘାଟରେ ସୁବର୍ଣ୍ଣରେଖାର ବିପଦ ସଂକେତ ୪୯.୧୬ ମିଟର ଥିବା ବେଳେ ଏବେ ଏଠାରେ ୫୦.୮୮ ମିଟରରେ ଜଳ ପ୍ରବାହିତ ହେଉଛି। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଏହା ସହିତ ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା ସେ କହିଛନ୍ତି।

ବାତ୍ୟା ‘ୟାସ୍‌’ ପ୍ରଭାବରେ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏହା ପରେ ଝାଡ଼ଖଣ୍ଡରେ ଗାଲୁଡିହି ବ୍ୟାରେଜ୍ ଖୋଲାଯାଇଛି। ସେଥିପାଇଁ ସୁବର୍ଣ୍ଣରେଖାରେ ଜଳସ୍ତର ବୃଦ୍ଧି ପାଇଛି।

ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ଗତକାଲି ରାତିରେ ଲୋକଙ୍କୁ ସତର୍କ କରାଯାଇଥିଲା। ଡାକବାଜି ଯନ୍ତ୍ର ସାହାଯ୍ୟରେ ନଦୀକୂଳରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଥିଲା।

The post ଉଛୁଳୁଛି ସୁବର୍ଣ୍ଣରେଖା, ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ appeared first on Odisha Reporter.



from Odisha Reporter https://ift.tt/3oYuKTl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages