୧୧ ଜିଲ୍ଲାରୁ କରୋନା ନେଲା ୨୧ ଜୀବନ, କେବଳ ୨ଟି ଜିଲ୍ଲାରୁ ୭ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 14, 2021

୧୧ ଜିଲ୍ଲାରୁ କରୋନା ନେଲା ୨୧ ଜୀବନ, କେବଳ ୨ଟି ଜିଲ୍ଲାରୁ ୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି।

୧୧ଟି ଜିଲ୍ଲାରୁ ଏହି ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ ଜିଲ୍ଲାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି, କେନ୍ଦ୍ରାପଡ଼ା,ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିପରି ବୌଦ୍ଧ, ଗଜପତି,କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆଉ ୪ ଜଣଙ୍କ ମୃତ୍ୟୁ ପରେ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୪କୁ ବୃଦ୍ଧି ପାଇଛି, ଯାହା ରାଜ୍ୟରେ ସର୍ବାଧିକ। ଅନୁଗୋଳ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫୯କୁ ବୃଦ୍ଧି ପାଇଥିବା ବେଳେ କଳାହାଣ୍ଡିରେ ୬୬, କେନ୍ଦ୍ରାପଡ଼ାରେ ୩୪,ପୁରୀରେ ୧୪୧, ରାୟଗଡ଼ାରେ ୮୨ ଓ ସୁନ୍ଦରଗଡ଼ରେ ୨୨୧ ହୋଇଛି।

ବୌଦ୍ଧରେ ୨୧ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ଗଜପତିରେ ୪୦, କୋରାପୁଟରେ ୨୧ ଓ ନୂଆପଡ଼ାରେ ୩୮ ଜଣ ଜୀବନ ହରାଇଛନ୍ତି।

ସୂଚନାଯୋଗ୍ୟ, ଘାତକ ସାଜିଲାଣି ମେ’ ମାସ। ଗତ ୪ ତାରିଖରୁ ଆଜି ମଧ୍ୟରେ କେବଳ ୨୨୧ ଜୀବନ ନେଲାଣି କରୋନା।

ଏହାବ୍ୟତୀତ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୮୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ପାର କରିଥିବା ବେଳେ ଏବେ ଲକ୍ଷେରୁ ଅଧିକ ଚିକିତ୍ସାଧୀନ ଅଛନ୍ତି।

The post ୧୧ ଜିଲ୍ଲାରୁ କରୋନା ନେଲା ୨୧ ଜୀବନ, କେବଳ ୨ଟି ଜିଲ୍ଲାରୁ ୭ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3ePxU8i

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages