ଆଜି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 15, 2021

ଆଜି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଜି ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ିର  ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ସବୁ ଜିଲ୍ଲା ଗୁଡିକରେ ପାଗ ପ୍ରାୟ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହି ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନାଯୋଗ୍ୟ, କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ୨ ଦିନ ବର୍ଷା ହେବ ବୋଲି ଗତ ଶୁକ୍ରବାର ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ। ଏହା ପ୍ରଭାବରେ ଏହି ବର୍ଷା ହେଉଥିବା ଅନୁମାନ କରାଯାଉଛି।

The post ଆଜି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/2STjFXD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages