ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା।
କିଛି ଦିନ ତଳେ ପ୍ରଣୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବର ମାସରେ ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କର ପରଲୋକ ହୋଇଥିଲା। ସେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ତାଙ୍କ ଠାରେ ଅନ୍ୟାନ୍ୟ ସମସ୍ୟା ଦେଖାଯାଇଥିଲା ଓ ତାଙ୍କୁ ପୁଣି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ପିପିଲି ବିଧାନସଭା ଆସନରେ ଉପ-ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ସରିଥିଲା। ତେବେ କରୋନାର ଦ୍ୱିତୀୟ ଲହର ଯୋଗୁ ଏହାକୁ ସ୍ଥଗିତ ରଖାଯାଇଛି।
The post ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ appeared first on Odisha Reporter.
from Odisha Reporter https://ift.tt/3uAr9Mn
No comments:
Post a Comment