ତାତିରୁ ମିଳିବ ତ୍ରାହି, ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 5, 2021

ତାତିରୁ ମିଳିବ ତ୍ରାହି, ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅସହ୍ୟ ତାତିରୁ ମୁଳିବ ମୁକ୍ତି। ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ପରେ ତାପମାତ୍ରା ସାମାନ୍ୟ କମିଥିବା ବେଳେ ଆଶ୍ୱସ୍ତି ଲାଭ କରିଛନ୍ତି ରାଜ୍ୟବାସୀ। ଆଗକୁ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ହେବାର ସମ୍ଭାବନା ରହିଛି  । ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି ।

ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।  କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ।

ସେହିପରି ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି।

The post ତାତିରୁ ମିଳିବ ତ୍ରାହି, ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/3tpqMDw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages