ରାଜ୍ୟରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 16, 2021

ରାଜ୍ୟରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି।

ଏହି ୨୨ ମୃତକଙ୍କ ମଧ୍ୟରୁ ୬ଟି ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ବୌଦ୍ଧ, ଖୋର୍ଦ୍ଧା, କୋରାପୁଟ, ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।

ଆଉ ୩ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୧କୁ ବୃଦ୍ଧି ପାଇଛି। ବୌଦ୍ଧ ଜିଲ୍ଲାରେ ଏଯାବତ ୨୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କୋରାପୁଟରେ ୨୪, ନୂଆପଡ଼ାରେ ୪୩, ରାୟଗଡ଼ାରେ ୮୮ ଓ ସୁନ୍ଦରଗଡ଼ରେ ୨୨୬କୁ ବୃଦ୍ଧି ପାଇଛି। ସେହିପରି ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଥିବା ବେଳେ ଗଜପତିରେ ୪୨ ଓ ପୁରୀରେ ୧୪୩କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୭୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରୁ ସର୍ବାଧିକ ୯୭୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୯୦୯ ଓ ସୁନ୍ଦରଗଡ଼ରୁ ୮୩୨ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/3ygsoDq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages