୨୪ ଘଣ୍ଟାରେ କରୋନା ନେଲା ୪୨୦୫ ଜୀବନ, ଆହୁରି ୩.୪୮ ଲକ୍ଷ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 11, 2021

୨୪ ଘଣ୍ଟାରେ କରୋନା ନେଲା ୪୨୦୫ ଜୀବନ, ଆହୁରି ୩.୪୮ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ କମିବାର ନାଁ ନେଉ ନାହିଁ। ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୮ ହଜାର ୪୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୪୨୦୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୩,୪୮,୪୨୧ଟି ନୂଆ କେସ୍ ଆସିବା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୩ ଲକ୍ଷ ୪୦ ହଜାର ୯୩୮ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧ କୋଟି ୯୩ ଲକ୍ଷ ୮୨ ହଜାର ୬୪୨ ଜଣ ସୁସ୍ଥ ହୋଇସାରିଲେଣି। ୩୭ ଲକ୍ଷ ୪ହଜାର ୯୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସେହିପରି ପୁଣି ଗୋଟିଏ ଦିନରେ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ସହିତ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟ ୨ ଲକ୍ଷ ୫୪ ହଜାର ୧୯୭କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁଯାୟୀ ସାରା ଦେଶରେ ଏଯାବତ୍ ୧୭ କୋଟି ୫୨ ଲକ୍ଷ ୩୫ ହଜାର ୯୯୧ ଜଣଙ୍କୁ କରୋନା ଟିକା ଦିଆଯାଇଛି।

ଟିକାକରଣ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଆଜି କିଛି ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହିତ କଥା ହେବେ। ଏହି ରାଜ୍ୟଗୁଡ଼ିକ ଟିକାକରଣରେ ପଛରେ ରହିଯାଇଥିବା କୁହାଯାଉଛି। ଏହି ରାଜ୍ୟ ଗୁଡ଼ିକ ମଧ୍ୟରେ ରହିଛନ୍ତି ଉତ୍ତରାଖଣ୍ଡ, ହରିୟାଣା, ପଞ୍ଜାବ, ବିହାର, ଝାଡ଼ଖଣ୍ଡ, ଓଡ଼ିଶା ଓ ତେଲେଙ୍ଗାନା।

The post ୨୪ ଘଣ୍ଟାରେ କରୋନା ନେଲା ୪୨୦୫ ଜୀବନ, ଆହୁରି ୩.୪୮ ଲକ୍ଷ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3o7V50y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages