ନୂଆଦିଲ୍ଲୀ: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବାତ୍ୟା ୟାସର ସମୀକ୍ଷା କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଅଧିକାରୀଙ୍କ ସହ ବୈଠକ କରିଥିଲେ। ଆଜି ଶ୍ରୀ ଶାହ ୩ ରାଜ୍ୟ ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂ ଜରିଆରେ ୟାସର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବେ।
ଆଉ କିଛି ସମୟ ପରେ ଏହି ବୈଠକ ଆରମ୍ଭ ହେବ। ଏଥିରେ ଆଣ୍ଡାମାନ ନିକୋବରର ଉପ ରାଜ୍ୟପାଳ ମଧ୍ୟ ସାମିଲ ହେବ। ଏନଡିଆରଏଫ ଅଧିକାରୀ ଓ ଭାରତୀୟ ପାଣିପାଗ ବିଭାଗର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବାତ୍ୟା ୟାସ ଓଡ଼ିଶାର ପାରଦୀପ ଠାରୁ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ସ୍ଥଳ ଭାଗ ଛୁଇଁବାର ଆଶଙ୍କା ରହିଛି। ୨୬ ତାରିଖ ମଧ୍ୟାହ୍ନରେ ଏହା ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି। ଏହି କାରଣରୁ ଏବେଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା ସମେତ ପଶ୍ଚିମବଙ୍ଗରେ ଏନଡିଆରଏଫ ଟିମ୍ ମୁତୟନ ହୋଇଛନ୍ତି।
ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ମଧ୍ୟ କରାଯାଉଛି। ଏନଡିଆରଏଫ ସହ ଓଡ଼ିଶା ବିପର୍ଯ୍ୟୟ ରାପିଡ ଆକ୍ସନର ୬୦ଟି ଟିମ୍ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୁତୟନ ହୋଇଛନ୍ତି। ମତ୍ସ୍ୟଜୀବୀଙ୍କୁ ମଧ୍ୟ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଓଡ଼ିଶା ସରକାର ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଦାୟିତ୍ୱ ବିଭିନ୍ନ ସଚିବମାନଙ୍କୁ ଦେଇଛନ୍ତି।
The post ‘ୟାସ’ ପାଇଁ ୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ଅମିତ ଶାହ appeared first on Odisha Reporter.
from Odisha Reporter https://ift.tt/3hRWgQG
No comments:
Post a Comment