କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ଅର୍ଡର ଦେଲେ ରାଜ୍ୟ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 29, 2021

କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ଅର୍ଡର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ଅର୍ଡର ଦେଲେ ରାଜ୍ୟ ସରକାର। ୫ ହଜାର ସ୍ୟାଚେଟ୍ ଟୁ-ଡିଜି ମେଡିସିନ୍ ପାଇଁ ଅର୍ଡର ଦିଆଯାଇଛି ବୋଲି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏହି ଔଷଧର ଅର୍ଡର ଦିଆଯାଇଥିବା ସେ କହିଛନ୍ତି।

ୟା ମଧ୍ୟରେ ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା ଡିଆରଡିଓ ଓ ଅନ୍ୟତମ ସର୍ବବୃହତ ଫାର୍ମା କଂପାନୀ ଡକ୍ଟର ରେଡିସ୍‌ର ମିଳିତ ସହଯୋଗରେ ପ୍ରସ୍ତୁତ କରୋନା ଔଷଧ ଟୁ-ଡିଜି (2DG)ର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି।

ଗୋଟିଏ ସ୍ୟାଚେଟ୍‌ ‘ଟୁ-ଡିଜି’ର ଦାମ୍ ୯୯୦ ଟଙ୍କା ରଖିଛି ଡକ୍ଟର ରେଡିସ୍ କଂପାନୀ। ତେବେ ସରକାରୀ ହସ୍ପିଟାଲ ଦ୍ୱାରା ଏହି ଔଷଧକୁ ରିହାତିରେ ଯୋଗାଇ ଦିଆଯିବ ବୋଲି କଂପାନୀ ପକ୍ଷରୁ କୁହାଯାଇଛି।

କରୋନା ବିରୋଧରେ ଏହି ଔଷଧ ଭଲ କାମ କରୁଥିବା ବେଳେ ଶରୀର ପ୍ରତି ସଂପୂର୍ଣ୍ଣ ନିରାପଦ ବୋଲି ମଧ୍ୟ ପ୍ରମାଣିତ ହୋଇଛି। ତିନି ପର୍ଯ୍ୟାୟ ଟ୍ରାଏଲ ରିପୋର୍ଟକୁ ଅନୁଧ୍ୟାନ କଲା ପରେ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (DCGI) ଏହି ଔଷଧର ବ୍ୟବହାର ଲାଗି ଅନୁମତି ଦେଇଛନ୍ତି।

The post କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ଅର୍ଡର ଦେଲେ ରାଜ୍ୟ ସରକାର appeared first on Odisha Reporter.



from Odisha Reporter https://ift.tt/3yOx57C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages