କିଛି ସମୟ ପରେ ବାତ୍ୟାର ରୂପ ନେବ ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 23, 2021

କିଛି ସମୟ ପରେ ବାତ୍ୟାର ରୂପ ନେବ ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ

ନୂଆଦିଲ୍ଲୀ: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡ଼ି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ ଆଉ କିଛି ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ। ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ୟାସ ରହିବ।

ସମ୍ଭାବ୍ୟ ୟାସ ବର୍ତ୍ତମାନ ପୋର୍ଟ ବ୍ଲେୟାର ଠାରୁ ୬୦୦ କିମି, ପାରାଦୀପ ଠାରୁ ୫୪୦ କିମି, ବାଲେଶ୍ୱର ଠାରୁ ୬୫୦ କିମି ଓ ପଶ୍ଚିମବଙ୍ଗର ଦିଘା ଠାରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହି ଗଭୀର ଅବପାତ ଧୀରେଧୀରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି ପରି ପ୍ରଥମେ ବାତ୍ୟା ଓ ଏହାର ୨୪ ଘଣ୍ଟା ପରେ ଅତି ଭୀଷଣ ବାତ୍ୟାର ରୂପ ନେବ। ୨୬ ତାରିଖରେ ଏହି ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବ। ଓଡ଼ିଶାର ପାରାଦୀପ ଠାରୁ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଏହାର ଲ୍ୟାଣ୍ଡଫଲ କରିବାର ଆଶଙ୍କା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବିଭାଗର ସୂଚନା ଅନୁଯାୟୀ, ଅତି ଭୀଷଣ ବାତ୍ୟା ୨୬ ତାରିଖ ସନ୍ଧ୍ୟାରେ ହିଁ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବ ରାତି ୧୨ଟା ଯାଏ ଅନୁଭୂତ ହେବ। ଲ୍ୟାଣ୍ଡଫଲ ବେଳେ ପବନର ଘଣ୍ଟାପ୍ରତି ବେଗ ୧୬୦ରୁ ୧୭୦ କିମି ଓ ବେଳେବେଳେ ୧୯୦ କିମି ମଧ୍ୟ ଛୁଇଁପାରେ।

ବାତ୍ୟା ପ୍ରଭାବରେ ୨୫ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ୨୬ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଅତି ପ୍ରବଳ ବର୍ଷା ହେବ। ଜଗତସିଂହପୁର, କଟକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୨୭ ତାରିଖରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ବିଭାଗ ଆହୁରି କହିଛି ଯେ ବାତ୍ୟାର ପ୍ରଭାବରେ ୨୫ ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲା ଓ ପଶ୍ଚିମବଙ୍ଗର ଉପକୂଳ ଜିଲ୍ଲା ସହିତ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହେବ। ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ। ୨୬ ତାରିଖରେ ଉତ୍ତର ଓଡ଼ିଶାର ଜିଲ୍ଲାମାନଙ୍କରେ ସବୁଠୁ ଅଧିକ ବର୍ଷା ହେବ ଏବଂ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହିତ ଅଳ୍ପ କେତେକ ଜାଗାରେ ଅତ୍ୟନ୍ତ ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ।

ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ରରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୨୭ ତାରିଖରେ ଏହି ବର୍ଷାର ପରିମାଣ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କମିଯିବ। କେବଳ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆଇଏମ୍‌ଡି ଡିଜି କହିଛନ୍ତି, ୨୪ ତାରିଖ ସନ୍ଧ୍ୟା ପରେ ଓଡ଼ିଶା ଓ ପଶ୍ଚମବଙ୍ଗ ସମୁଦ୍ର ତଟରେ ଥିବା ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ତାହା ଧୀରେ ଧୀରେ ବଢ଼ି ୨୬ ତାରିଖ ସନ୍ଧ୍ୟା ସମୟରେ ଯେତେବେଳେ ବାତ୍ୟା ଉପକୂଳ ଅତିକ୍ରମ କରିବ ଘଣ୍ଟାପ୍ରତି ୧୫୫ରୁ ୧୬୫ କିମି ରହିବ। ଅତିବେଶୀରେ ଏହା ଘଣ୍ଟାପ୍ରତି ୧୮୫ କିମି ହୋଇପାରେ।

ଆଇଏମ୍‌ଡିର ଆକଳନ ଅନୁଯାୟୀ, ପବନର ବେଗ ଯାହା ସେଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ। ଆଜବେଷ୍ଟସ, କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି। ପବନରେ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ।

The post କିଛି ସମୟ ପରେ ବାତ୍ୟାର ରୂପ ନେବ ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ appeared first on Odisha Reporter.



from Odisha Reporter https://ift.tt/3bNP8Bg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages