ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟାସ୍’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 24, 2021

ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟାସ୍’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ୍ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି  IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ ବୋଲି ସେ କହିଛନ୍ତି । ଏହା ସହ ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ । ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୟାସର ପ୍ରଭାବ ପଡ଼ିବ।  ସେହିଭଳି ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରିଛନ୍ତି IMD ମହାନିର୍ଦ୍ଦେଶକ।   ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।

 

The post ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟାସ୍’ appeared first on Odisha Reporter.



from Odisha Reporter https://ift.tt/3fMu7ry

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages