୭ ଦିନ ଭିତରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ କମ୍ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 17, 2021

୭ ଦିନ ଭିତରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ କମ୍ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୩୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୦ ହଜାରରୁ ଏହି ସଂଖ୍ୟା ହ୍ରାସ ପାଉ ନଥିବା ବେଳେ ଗଲା ୭ ଦିନ ଭିତରେ ଏହା ହେଉଛି ସବୁଠୁ କମ୍। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୭୭୯ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୪୫୪୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୨୨ ଜଣ ଆଖି ବୁଜିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୧୯ ଓ କଟକରୁ ୭୩୧ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୭୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬୯, ବରଗଡ଼ରୁ ୩୨୦, ଭଦ୍ରକରୁ ୩୫୦, ବଲାଙ୍ଗିରରୁ ୨୯୧, ବୌଦ୍ଧରୁ ୨୫୦, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୭୭, ଗଜପତିରୁ ୫୬, ଗଞ୍ଜାମରୁ ୨୦୩, ଜଗତସିଂହପୁରରୁ ୧୫୯, ଯାଜପୁରରୁ ୩୩୦, ଝାରସୁଗୁଡ଼ାରୁ ୩୧୨, କଳାହାଣ୍ଡିରୁ ୫୯୯, କନ୍ଧମାଳରୁ ୫୪, କେନ୍ଦ୍ରାପଡ଼ାରୁ ୧୬୨, କେନ୍ଦୁଝରରୁ ୨୦୪, କୋରାପୁଟରୁ ୩୩୮, ମାଲକାନଗିରିରୁ ୭୭ଳ ମୟୂରଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୩୩୪, ନୟାଗଡ଼ରୁ ୨୭୩, ନୂଆପଡ଼ାରୁ ୧୪୫, ପୁରୀରୁ ୪୭୨, ରାୟଗଡ଼ାରୁ ୧୬୩, ସମ୍ବଲପୁରରୁ ୪୦୫ ଓ ସୋନପୁରରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୪୬ ଜଣ ଚିହ୍ନଟ ହୋଇଛନ୍ତି।

୧୦,୩୨୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୩୩ ହଜାର ୩୦୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୨୬ ହଜାର ୩୫୩ ଜଣ ସୁସ୍ଥ ହୋଇସାରିଛନ୍ତି। ଲକ୍ଷେ ୪ ହଜାର ୫୩୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨୨ ଜଣ ପ୍ରାଣ ହରାଇବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ମେ’ ୧୧ ତାରିଖରେ ୧୦୯୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୨ରେ ୧୦,୬୪୯, ୧୩ରେ ୧୨,୩୯୦, ୧୪ରେ ୧୧,୮୦୫, ୧୫ରେ ୧୧,୭୩୨ ଓ ୧୬ରେ ୧୦,୭୫୭ ଜଣ ଚିହ୍ନଟ ହୋଇଥିଲେ। ମେ’ ୧୭ରେ ଅର୍ଥାତ୍ ଗତ ୨୪ ଘଣ୍ଟାରେ ୧୦,୩୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ଗଲା ୭ ଦିନରେ ସବୁଠୁ କମ୍‌। ଏହା ପୂର୍ବରୁ ମେ’ ୧୦ ତାରିଖରେ ୯୭୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

The post ୭ ଦିନ ଭିତରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ କମ୍ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2SX7XeC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages