ଆଜି ଦିନ ୧୦ଟା ସୁଦ୍ଧା ୫୦ରୁ ୬୦ ହଜାର ଲୋକଙ୍କୁ ସ୍ଥାନାନ୍ତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 25, 2021

ଆଜି ଦିନ ୧୦ଟା ସୁଦ୍ଧା ୫୦ରୁ ୬୦ ହଜାର ଲୋକଙ୍କୁ ସ୍ଥାନାନ୍ତର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବାତ୍ୟା ୟାସ୍‌ର ମୁକାବିଲା ପ୍ରସ୍ତୁତି ନେଇ ପ୍ରେସ୍‌ମିଟରେ SRCଙ୍କ ସୂଚନା। ବାତ୍ୟା ଭିତରକନିକା, ଧାମରା, ଚାନ୍ଦବାଲି ଅଞ୍ଚଳରେ ଲ୍ୟାଣ୍ଡଫଲ୍ ସମ୍ଭାବନା ରହିଛି। ଆଜି ସନ୍ଧ୍ୟା ପରଠାରୁ ପବନ ବଢିବାର ଆଶଙ୍କା ରହିଛି। ସନ୍ଧ୍ୟା ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବ। ଆଜି ଦିନ ୧୦ଟା ସୁଦ୍ଧା ୫୦ରୁ ୬୦ ହଜାରଙ୍କୁ ସ୍ଥାନାନ୍ତର କରାଯାଇଛି। ତେବେ ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ୍ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ ।

୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି  IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ ବୋଲି ସେ କହିଛନ୍ତି । ଏହା ସହ ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ ।

ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୟାସର ପ୍ରଭାବ ପଡ଼ିବ।  ସେହିଭଳି ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରିଛନ୍ତି IMD ମହାନିର୍ଦ୍ଦେଶକ।   ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।

The post ଆଜି ଦିନ ୧୦ଟା ସୁଦ୍ଧା ୫୦ରୁ ୬୦ ହଜାର ଲୋକଙ୍କୁ ସ୍ଥାନାନ୍ତର appeared first on Odisha Reporter.



from Odisha Reporter https://ift.tt/3wrcdBi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages