ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 22, 2021

ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଲକ୍‌ଡାଉନ୍ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଚାଲିଥିବା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୨,୮୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍ ରାଜ୍ୟରେ ଗୋଟିଏ ଦିନରେ କେବେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇନଥିଲେ। ସେହିପରି ରାଜ୍ୟରେ କରୋନାରେ ଆଉ ୨୮ ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭,୧୯୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫,୬୬୭ଟି ହେଉଛି ଲୋକାଲ୍ କେସ୍‌।  ଖୋର୍ଦ୍ଧା ଜିଲ୍ଲା ପୁଣି ଆଗରେ ରହିଛି। ଏହି ଜିଲ୍ଲାରୁ ସର୍ବାଧିକ ୧୯୦୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୭୩, ଅନୁଗୋଳରୁ ୮୭୪, ସୁନ୍ଦରଗଡ଼ରୁ ୮୪୮, କଳାହାଣ୍ଡିରୁ ୬୬୮, ମୟୂରଭଞ୍ଜରୁ ୫୮୬ ଓ ବାଲେଶ୍ୱର ଜିଲ୍ଲାରୁ ୫୦୮ ଜଣ ଚିହ୍ନଟ ହୋଇଛନ୍ତି।

ବରଗଡ଼ ଜିଲ୍ଲାରୁ ୪୬୧ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୧୫୧, ବଲାଙ୍ଗିରରୁ ୨୭୪, ବୌଦ୍ଧରୁ ୩୪୭, ଦେବଗଡ଼ରୁ ୧୦୫, ଢେଙ୍କାନାଳରୁ ୪୮୨, ଗଜପତିରୁ ୭୭, ଗଞ୍ଜାମରୁ ୩୪୦, ଜଗତସିଂହପୁରରୁ ୩୦୦, ଯାଜପୁରରୁ ୩୯୯, କନ୍ଧମାଳରୁ ୧୦୪, କେନ୍ଦ୍ରାପଡ଼ାରୁ ୨୮୫, କେନ୍ଦୁଝରରୁ ୧୮୦, କୋରାପୁଟରୁ ୨୭୨, ମାଲକାନଗିରିରୁ ୧୧୪, ନବରଙ୍ଗପୁରରୁ ୩୪୪, ପୟାଗଡ଼ରୁ ୩୩୧, ନୂଆପଡ଼ାରୁ ୭୦, ପୁରୀରୁ ୪୭୨, ରାୟଗଡ଼ାରୁ ୧୯୮, ସମ୍ବଲପୁରରୁ ୩୫୫ ଓ ସୋନପୁର ଜିଲ୍ଲାରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୩୩ ଜଣ ଚିହ୍ନଟ ହୋଇଛନ୍ତି।

୧୨,୮୫୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୭୭ ହଜାର ୯୮୩ ଜଣ ସୁସ୍ଥ ହୋଇସାରିଛନ୍ତି। ୧ ଲକ୍ଷ ୧୧ ହଜାର ୮୬୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨୮ ଜଣଙ୍କ ଜୀବନ ଯିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି।

The post ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3bMkPuB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages