ଆଜିଠୁ ୨ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 13, 2021

ଆଜିଠୁ ୨ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି  ବର୍ଷା ହୋଇପାରେ ।  ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ରାଜ୍ୟରେ ଉପକୂଳବର୍ତ୍ତି ଜିଲ୍ଲା ଏବଂ ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ । ଗୋଟିଏ ଦୁଇଟି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ ।

ଅପରପକ୍ଷେ, ଆରବ ସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବ ବୋଲି ଅନୁମାନ କରାଯାଇଛି । ଭାରତୀୟ ପାଣିପାଗ କାର୍ଯ୍ୟାଳୟର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ଆରବ ସାଗରରେ ଗୋଟିଏ ଘୂର୍ଣ୍ଣିବଳୟ ଦେଖା ଦେଇଛି  । ତେବେ ଏହା ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ । ଏହା ଆସନ୍ତାକାଲି ସୁଦ୍ଧା ଲାକ୍ଷାଦୀପ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇପାରେ ।

ସାମୁଦ୍ରିକ ଝଡ଼ର ରୂପ ନେବା ପରେ ଏହାର ନାଁ ‘ତାଉକତେ’ ରହିବ ।ଏହା ଘନୀଭୂତ ହେବା ସହ ଉତ୍ତର- ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଆକଳନ କରାଯାଉଛି।

The post ଆଜିଠୁ ୨ ଦିନ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3uYOU1m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages