ବାତ୍ୟା ୟାସ୍‌ର ପ୍ରଭାବ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 24, 2021

ବାତ୍ୟା ୟାସ୍‌ର ପ୍ରଭାବ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବାତ୍ୟା ୟାସ୍ ପ୍ରଭାବରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ବର୍ଷାର ପରିମାଣ ବଢ଼ିପାରେ।  ଉପକୂଳ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।  ତେଣୁ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର,ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଭଳି ୮ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି  ଆଜିପାଇଁ ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାତ୍ୟା ଲ୍ୟାଣ୍ଡଫଲ୍ କରିବା ଦିନ ଅର୍ଥାତ ୨୬ ତାରିଖ ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ୯ଟି ଜିଲ୍ଲା- ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କେନ୍ଦୁଝର ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ତାଛଡ଼ା ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଭଳି ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି।  ଏହିସବୁ ଜିଲ୍ଲାରେ ବର୍ଷା ପବନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିବାର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ କରିବା ସହ ବାତ୍ୟା ସଂପୂର୍ଣ୍ଣ ନସରିବା ଯାଏଁ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଏସ୍ଆରସି।

The post ବାତ୍ୟା ୟାସ୍‌ର ପ୍ରଭାବ ଆରମ୍ଭ appeared first on Odisha Reporter.



from Odisha Reporter https://ift.tt/3umQpWa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages