ଗୋଟିଏ ଦିନ ପରେ ରାଜ୍ୟରେ ପୁଣି ୧୦ ହଜାର ଡେଇଁଲା ଦୈନିକ କରୋନା ସଂକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 11, 2021

ଗୋଟିଏ ଦିନ ପରେ ରାଜ୍ୟରେ ପୁଣି ୧୦ ହଜାର ଡେଇଁଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୋଟିଏ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୧୦ ହଜାର ଡେଇଁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୬୪ ଓ କଟକରୁ ୮୮୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୁଳ ଜିଲ୍ଲାରୁ ୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୫୪, ବରଗଡ଼ରୁ ୪୩୧, ବଲାଙ୍ଗିରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡ଼ାରୁ ୩୮୦, ନୂଆପଡ଼ାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୁବର୍ଣ୍ଣପୁରରୁ ୨୧୫, ରାୟଗଡ଼ାରୁ ୨୧୨, କୋରାପୁଟରୁ ୧୯୫, ନୟାଗଡ଼ରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡ଼ରୁ ୧୨୭, ଗଜପତିରୁ ୧୧୧ ଓ ମାଲକାନଗିରିରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

୧୦,୯୮୨ଟି ନୂଆ କେସ୍ ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ଲଗାତାର ୫ ଦିନ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହିଥିବେଳେ ଏପ୍ରିଲ ୧୦ ତାରିଖରେ ଏହା ୯ ହଜାରକୁ ଖସିଥିଲା। ହେଲେ ଗତ ୨୪ ଘଣ୍ଟାରେ ଅର୍ଥାତ୍ ଏପ୍ରିଲ୍ ୧୧ ତାରିଖରେ ରାଜ୍ୟରୁ ପୁଣି ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ଗୋଟିଏ ଦିନ ପରେ ରାଜ୍ୟରେ ପୁଣି ୧୦ ହଜାର ଡେଇଁଲା ଦୈନିକ କରୋନା ସଂକ୍ରମଣ appeared first on Odisha Reporter.



from Odisha Reporter https://ift.tt/3o5V51e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages