ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ମଞ୍ଜୁର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 23, 2021

ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ମଞ୍ଜୁର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟି ଓ ୬୧ଟି ଏନ୍ଏସିକୁ ଆଉ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ଗାଈଗୋରୁ ଓ କୁକୁରଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ, ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ସେହିପରି ମ୍ୟୁନିସିପାଲିଟି ଗୁଡ଼ିକ ଦୈନିକ ୫ ହଜାର ଟଙ୍କା ଓ ଏନଏ ସିମାନେ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

ସୂଚନାଯୋଗ୍ୟ, ଗତ ୯ ତାରିଖରେ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଥମ ପର୍ଯ୍ୟାୟରେ ୬୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା।

The post ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ମଞ୍ଜୁର appeared first on Odisha Reporter.



from Odisha Reporter https://ift.tt/3vfdU4S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages