କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 15, 2021

କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ

ଆନନ୍ଦ: ବୁଧବାର ସକାଳୁ ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦ ସ୍ଥିତ ତାରାପୁର ରାଜପଥରେ ଗୋଟିଏ ଟ୍ରକ୍‌ ଓ କାର୍‌ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ସମସ୍ତ ୧୦ ଜଣ ଗୋଟିଏ ପରିବାରର ସଦସ୍ୟ।

ସୂଚନା ଅନୁସାରେ, ପରିବାରର ସଦସ୍ୟମାନେ ଗୋଟିଏ କାର୍‌ ଯୋଗେ ସୁରତରୁ ଭାବାନଗର ଯାଉଥିଲେ। ତେବେ ଇନ୍ଦ୍ରଜ ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଗୋଟିଏ ଟ୍ରକ୍‌ ସହ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ କାରଟି ସଂପୂର୍ଣ୍ଣ ଚୂରମାର ହୋଇଥିଲା। କାରର ଅଧା ଭାଗ ଟ୍ରକ୍‌ ଭିତରେ ପଶିଯାଇଥିଲା। ସେହିପରି ଘଟଣା ସ୍ଥଳରେ ସମସ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା।

ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଶୋକ ପ୍ରକାଶ କରିଛନ୍ତି। ଏଥିସହ ସେ ଜିଲ୍ଲାପାଳଙ୍କ ସହ କଥା ହୋଇ ପୀଡ଼ିତଙ୍କ ପରିବାର ବର୍ଗଙ୍କୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

The post କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3iJOUz7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages