ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଆଉ ୪୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 14, 2021

ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଆଉ ୪୨ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୪ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ୩୪୦୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହିପରି ରାଜ୍ୟରେ ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୩୪୦୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୬୩ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୬୬, ଭଦ୍ରକରୁ ୧୭୯, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୫୯, କଟକରୁ ୨୩୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୫୪, ଗଜପତିରୁ ୫୮, ଗଂଜାମରୁ ୩୬, ଜଗତସିଂହପୁରରୁ ୧୨୯, ଯାଜପୁରରୁ ୩୯୧, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୫୪, କନ୍ଧମାଳରୁ ୫୫, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୮୯, କୋରାପୁଟରୁ ୬୩, ମାଲକାନଗିରିରୁ ୭୨, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୮୩, ନୟାଗଡ଼ରୁ ୯୭, ନୂଆପଡ଼ାରୁ ୨୮, ପୁରୀରୁ ୧୪୧, ରାୟଗଡ଼ାରୁ ୪୫, ସମ୍ବଲପୁରରୁ ୩୮, ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କଟକ, ଝାରସୁଗୁଡ଼ା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ଅଛନ୍ତି। ସେହିପରି ବରଗଡ଼, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪୩କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୨୨, ବରଗଡ଼ରେ ୭୯, ବଲାଙ୍ଗିରରେ ୭୪, କଟକରେ ୨୧୭, ଦେବଗଡ଼ରେ ୨୯, ଗଞ୍ଜାମରେ ୩୦୨, ଜଗତସିଂହପୁରରେ ୬୧, ଝାରସୁଗୁଡ଼ାରେ ୯୧, କଳାହାଣ୍ଡିରେ ୧୫୨, କେନ୍ଦ୍ରାପଡ଼ାରେ ୬୭, କେନ୍ଦୁଝରରେ ୬୫, ମାଲକାନଗିରିରେ ୩୬, ନୂଆପଡ଼ାରେ ୬୪, ପୁରୀରେ ୧୭୯, ରାୟଗଡ଼ାରେ ୧୩୩, ସମ୍ବଲପୁରରେ ୧୦୦ ଓ ସୁନ୍ଦରଗଡ଼ରେ ୩୧୨କୁ ବୃଦ୍ଧି ପାଇଛି।

ସେହିପରି ଅନୁଗୋଳ ଜିଲ୍ଲାରେ କରୋନାରେ ଏଯାବତ୍ ୧୫୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକରେ ୪୧, ବୌଦ୍ଧରେ ୭୧, ଢେଙ୍କାନାଳରେ ୫୩, ଗଜପତିରେ ୬୭, ଯାଜପୁରରେ ୩୮, କନ୍ଧମାଳରେ ୪୪, କୋରାପୁଟରେ ୪୪, ମୟୂରଭଞ୍ଜରେ ୧୦୯, ନବରଙ୍ଗପୁରରେ ୪୨, ନୟାଗଡ଼ରେ ୬୧ ଓ ସୁବର୍ଣ୍ଣପୁରରେ ୩୫କୁ ବୃଦ୍ଧି ପାଇଛି।

୩୪୦୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୯ ହଜାର ୫୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୪ ହଜାର ୯୮୧ ଜଣ ସୁସ୍ଥ ହୋଇସାରିଲେଣି। ୫୧ ହଜାର ୧୦୪ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୪୨ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଆଉ ୪୨ ମୃତ appeared first on Odisha Reporter.



from Odisha Reporter https://ift.tt/3cJXtX3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages