ରାଜ୍ୟରେ ଆଉ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 13, 2021

ରାଜ୍ୟରେ ଆଉ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ଟି ଜିଲ୍ଲାରୁ ୩ ଜଣ ଲେଖାଏଁ ଆଖି ବୁଜିଥିବା ଜଣାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି-  ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼।

ଅନୁଗୋଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗିର, ଢେଙ୍କାନାଳ ଓ ଗଞ୍ଜାମରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଏହାବାଦ୍‌ ଭଦ୍ରକ, ଝାରସୁଗୁଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନାରେ ଆଖି ବୁଜିଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୯କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୫୭, ବାଲେଶ୍ୱରରେ ୧୨୧, ବରଗଡ଼ରେ ୭୬, ଭଦ୍ରକରେ ୪୧, ବଲାଙ୍ଗିରରେ ୭୩, କଟକରେ ୨୧୩, ଢେଙ୍କାନାଳରେ ୫୩, ଗଞ୍ଜାମରେ ୩୦୦, ଜଗତସିଂହପୁରରେ ୫୮, ଝାରସୁଗୁଡ଼ାରେ ୮୭, କଳାହାଣ୍ଡିରେ ୧୪୯, କେନ୍ଦ୍ରାପଡ଼ାରେ ୬୬, କେନ୍ଦୁଝରରେ ୬୩, ନୟାଗଡ଼ରେ ୬୧, ପୁରୀରେ ୧୭୫, ରାୟଗଡ଼ାରେ ୧୩୦, ସମ୍ବଲପୁରରେ ୯୯ ଓ ସୁନ୍ଦରଗଡ଼ରେ ୩୧୦କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୩୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୦ ଜଣ ଅଛନ୍ତି। 

 

The post ରାଜ୍ୟରେ ଆଉ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3vg5xFi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages