ପୁଣି ୩ ହଜାର ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 24, 2021

ପୁଣି ୩ ହଜାର ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁଇ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୩ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୩୭ଟି ହେଉଛି ଲୋକାଲ୍‌ କେସ୍‌।

୨୯୧୨ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୧ ଜଣ ଥିବା ବେଳେ କଟକରୁ ୩୮୨, ଯାଜପୁରରୁ ୨୯୨ ଓ ବାଲେଶ୍ୱରରୁ ୨୨୦ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୧୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୨, ଗଜପତିରୁ ୧୩, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୧, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୭୦, କୋରାପୁଟରୁ ୫୪, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୮, ପୁରୀରୁ ୧୬୧, ରାୟଗଡ଼ାରୁ ୫୨, ସମ୍ବଲପୁରରୁ ୩୦, ସୋନପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୪ ହଜାର ୨୫୫ ସାମ୍ପଲ ଟେଷ୍ଟ କରାଯାଇଥିଲା। ତା’ ମଧ୍ୟରୁ ୨୯୧୨ଟି ପଜିଟିଭ୍ ବାହାରିଥିଲା। ତେଣୁ ପଜିଟିଭିଟି ହାର ୪.୫୩% ରହିଛି।

୨୯୧୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇସାରିଲେଣି। ୩୩ ହଜାର ୧୫୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୬୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଜୁନ୍ ୨୧ ତାରିଖରେ ରାଜ୍ୟରେ ୨୯୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ଜୁନ୍ ୨୨ ଓ ୨୩ ତାରିଖରେ ଏହି ସଂଖ୍ୟା ଯଥାକ୍ରମେ ୩୪୫୬ ଓ ୩୬୫୦ ରହିଥିଲା। ତେବେ ଜୁନ୍ ୨୪ ଅର୍ଥାତ୍ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ପୁଣି ୩ ହଜାର ତଳକୁ ଖସି ୨୯୧୨ ରହିଛି।

The post ପୁଣି ୩ ହଜାର ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମଣ appeared first on Odisha Reporter.



from Odisha Reporter https://ift.tt/3wYX1fq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages