୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 13, 2021

୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସାରା ଓଡ଼ିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଣୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

The post ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା appeared first on Odisha Reporter.



from Odisha Reporter https://ift.tt/2SuBfkQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages