ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ସଂକ୍ରମଣ। ଆଜି ଦିନକରେ ଗତ ଦୁଇ ମାସ ମଧ୍ୟରେ ସବୁଠୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୪ ଲକ୍ଷ ଟ୍ରେଣ୍ଡ ପରେ ୨ ଲକ୍ଷ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେପଟେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟାରେ କିନ୍ତୁ ସେତେଟେ ଆଖି ଦୃଶିଆ ଫରକ ଆସିନାହିଁ । ଦିନକରେ କରୋନାରେ ଆକ୍ରାନ୍ତ ହୋଇ ଦେଶରେ ୧୬୭୭ ଜଣ ପ୍ରାଣ ହରାଇଛନ୍ତି ।
ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୮୯,୨୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୯,୮୪,୭୮୧ରେ ପହଞ୍ଚିଛି। ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୭୭,୭୯୯ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୧୩,୨୨,୪୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
The post କମିଲା ଦେଶରେ ଦୈନିକ ସଂକ୍ରମଣ, ଗତ ଦୁଇ ମାସରେ ସବୁଠୁ କମ୍ ଚିହ୍ନଟ appeared first on Odisha Reporter.
from Odisha Reporter https://ift.tt/34SiIBK
No comments:
Post a Comment