ବରଯାତ୍ରୀଙ୍କୁ ନେଇ ଯାଉଥିଲା ମିନିବସ୍‌, ଖାଇକୁ ଖସିଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 28, 2021

ବରଯାତ୍ରୀଙ୍କୁ ନେଇ ଯାଉଥିଲା ମିନିବସ୍‌, ଖାଇକୁ ଖସିଗଲା

ଶିମଲା:  ହିମାଚଲ ପ୍ରଦେଶର ସିରମୋରା ଜିଲ୍ଲାରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପ୍ରାୟ ୧୨ ବରଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ଏକ ଗଭୀର ଖାଇକୁ ଖସି ପଡ଼ିବାରୁ ସମୁଦାୟ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି।

ପୌଟା ସାହିବ ଓ ଶିଲ୍ଲଇ ଉପମଣ୍ଡଳ ସୀମାବର୍ତ୍ତୀ ଅଞ୍ଚଳରେ ଏହି  ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ଏତେ ମର୍ମନ୍ତୁଦ ଥିଲା ଯେ, ଘଟଣାସ୍ଥଳରେ ୯ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା।  ଏହାପରେ ହସ୍ପିଟାଲକୁ ନେବା ପରେ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା।

ଗୁରୁତରମାନଙ୍କୁ ପୌଟା ସାହିବ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର ଡାକ୍ତରୀ ଦଳ ନିୟୋଜିତ କରାଯାଇଥିବା ପୌଟା ସାହିବ ଏଡିଏମ୍‌ ବିବେକ ମହାଜନ କହିଛନ୍ତି।

ଏହି ଦୁର୍ଘଟଣା ସମ୍ପର୍କରେ ଖବର ପ୍ରଚାରିତ ହେବା ପରେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଗଭୀର ଶୋକ ପ୍ରକାଶ କରିଛନ୍ତି।  ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମୃତକଙ୍କ ପରିବାରବର୍ଗଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଓ ଗୁରୁତରଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

The post ବରଯାତ୍ରୀଙ୍କୁ ନେଇ ଯାଉଥିଲା ମିନିବସ୍‌, ଖାଇକୁ ଖସିଗଲା appeared first on Odisha Reporter.



from Odisha Reporter https://ift.tt/3dp8kFX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages