ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 3, 2021

ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର

ଆସ୍କା (ମନୋଜ ମୁନି): ବାଲି ବୋଝେଇ ଟ୍ରକ୍ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ରାଳାବ ଛକ ନିକଟରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା।

ମୃତ ବ୍ୟକ୍ତିଙ୍କ ନାଁ କୁନା ମୁନି। ତାଙ୍କ ଘର ପୁରୁଷୋତ୍ତମପୁର ଥାନା ଅର୍ନ୍ତଗତ ଜାମୁନି ଗାଁରେ। ଆହତ ଦ୍ୱୟ ହେଲେ ରଘୁନାଥ ମହାନ୍ତି (୨୫) ଓ ସନ୍ତୋଷ ପାଣିଗ୍ରାହୀ (୨୦)।

ତିନି ଜଣ ଯାକ ଗୋଟିଏ ବାଇକ୍‌ରେ ଯାଉଥିବା ବେଳେ ବାଲି ବୋଝେଇ ଟ୍ରକ୍‌ଟି ସେମାନଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଉଭୟ ଆହତଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ପ୍ରଥମେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

The post ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର appeared first on Odisha Reporter.



from Odisha Reporter https://ift.tt/2SUx95u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages