୩୦ ଜୁନ୍‌ ବୁଧବାର, ଭଲ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 29, 2021

୩୦ ଜୁନ୍‌ ବୁଧବାର, ଭଲ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ

ମେଷ: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। କ୍ଷୁଦ୍ର ବ୍ୟବସାୟୀମାନେ କ୍ଷତି ସହିପାରନ୍ତି। ଗୁପ୍ତଶତ୍ରୁଙ୍କ ସଂଖ୍ୟା ବଢ଼ିବ।

ବୃଷ: ପିଲାମାନଙ୍କ କାର୍ଯ୍ୟ ଚିନ୍ତାଜନକ ହୋଇପାରେ। କୌଣସି ଉତ୍ତମ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ ହୋଇଯିବ।

ମିଥୁନ: ବ୍ୟବସାୟକୁ ବଢ଼ାଇବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। ଜୀବନ ସାଥୀଙ୍କ ଠାରୁ ପୂର୍ଣ୍ଣ ସମର୍ଥନ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ କୌଣସି ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ। ସଉଦା କିଣିବା ସମୟରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। କୌଣସି କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ସିଂହ: କୌଣସି ଶୁଭ କାର୍ଯ୍ୟ କରିବା ପାଇଁ ବନ୍ଧୁବାନ୍ଧବଙ୍କର ପରାମର୍ଶ ନେବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଆୟର ନୂଆ ପନ୍ଥା ଖୋଜିବେ।

କନ୍ୟା: କର୍ମକ୍ଷେତ୍ରରେ ସଫଳତା ମିଳିବାରୁ ମନ ଖୁସି ରହିବ। ମାନସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟରେ ଅଧିକ ସମୟ ଦେବା ହେତୁ ଅର୍ଥଲାଭ ମିଳିବ।

ତୁଳା: ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ। ଆତ୍ମବିଶ୍ୱାସ ଯୋଗୁ ସମ୍ମାନର ଅଧିକାରୀ ହେବେ। କେତେକ କ୍ଷେତ୍ରରେ ବାଧା ବନ୍ଧନ ନ ମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର-ବାସଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଛା: ସାଙ୍ଗମାନଙ୍କ ସାହାଯ୍ୟ ପାଇବେ ଓ ଅନେକ ସମସ୍ୟାର ସମାଧାନ ହୋଇଯିବ। ଉଚ୍ଚ ଅଧିକାରୀଙ୍କ ସହ ସଂପର୍କ ଦୃଢ଼ ହେବ। ଗଠନମୂଳକ ତଥା ସେବା ସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ।

ଧନୁ: ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ l

ମକର: ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଘଟିବ। କର୍ମକ୍ଷେତ୍ରରେ ଉନ୍ନତିର ସୂଚନା ପାଇ ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପାରିବାରିକ ଜୀବନ ହସଖୁସିରେ କଟିବ। ପ୍ରତିକାର-ଦହି, ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ: ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଯୋଜନା କରିବେ। ଜାଗା, ଜମି ଓ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି।  ଉତ୍ତମ ବୁଝାମଣା ଯୋଗୁ ସମ୍ମାନର ଅଧିକାରୀ ହେବେ। ପ୍ରତିକାର-ମାଆବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ: ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅନେକ କ୍ଷତି ହେବ । ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

The post ୩୦ ଜୁନ୍‌ ବୁଧବାର, ଭଲ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ appeared first on Odisha Reporter.



from Odisha Reporter https://ift.tt/3qxms5y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages