ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଗତ ବର୍ଷ ଗିରଫ ହୋଇଥିବା ପାଠକ ବାପପୁଅଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି l
ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ IFS ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି l ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପାପୁଅ ଏବେ ଜେଲରୁ ବାହାରିବା ସମ୍ଭବପର ନୁହେଁ l
ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ନେଇ ଗୋଳନ୍ଥରା ଥାନାରେ ଉଭୟ ବାପପୁଅଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏହି ମାମଲାର ଶୁଣାଣି କରି କୋର୍ଟ ଉଭୟ ବାପପୁଅଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ମଂଜୁର ହୋଇଥିଲେ ମଧ୍ୟ ସେମାନେ ଏବେ ଜେଲରୁ ବାହାରି ପାରିବେ ନାହିଁ।
ଅଭୟକାନ୍ତ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। ଏହି ସମୟରେ ତାଙ୍କ ପୁଅ ମଧ୍ୟ ରାଡାର ମଧ୍ୟକୁ ଆସିଥିଲେ।
ନିଜକୁ ଟାଟା ମୋଟର୍ସର ଏମ୍ଡି ରୂପେ ପରିଚୟ ଦେଇ ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିବା ବେଳେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।
ଉଭୟ ପାଠକ ବାପପୁଅଙ୍କ ଅମାପ ସମ୍ପତ୍ତି, ଭଳିକି ଭଳି ଦାମୀ ଗାଡ଼ି, ଦେଶର ବିଭିନ୍ନ ସ୍ଥାନରେ ଫ୍ଲାଟ, ଚାଟାର୍ଡ ଫ୍ଲାଇଟରେ ଉଡ଼ାଣ, ତଥା ସଉକ ଆଦି ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଥିଲା।
ଗତ ବର୍ଷ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲରେ ଥିବା ଆଇଏଫ୍ଏସ୍ ଅଭୟକାନ୍ତ ପାଠକଙ୍କୁ ଇତିମଧ୍ୟରେ ବାଧ୍ୟତାମୂଳକ ଅବସର ଦିଆଯାଇଛି।
The post ପାଠକ ବାପାପୁଅଙ୍କୁ ମିଳିଲା ଜାମିନ, କିନ୍ତୁ… appeared first on Odisha Reporter.
from Odisha Reporter https://ift.tt/2Tf6ikt
No comments:
Post a Comment