ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୩ ହଜାର ଡେଇଁଲା, ଆଉ ୪୭ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 25, 2021

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୩ ହଜାର ଡେଇଁଲା, ଆଉ ୪୭ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶୁକ୍ରବାର ଆସିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ୨୯୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାରର ରିପୋର୍ଟରେ ଏହି ସଂଖ୍ୟା ପୁଣି ୩ ହଜାର ଅତିକ୍ରମ କରିଛି। ସଦ୍ୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୫୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

୩୫୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୨୬ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୦୧, ବାଲେଶ୍ୱରରୁ ୨୭୧, ଯାଜପୁରରୁ ୨୫୬ ଓ ପୁରୀ ଜିଲ୍ଲାରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୩୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୩୧, ବୌଦ୍ଧରୁ ୩୩, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫୬, ଗଜପତିରୁ ୨୪, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୧୪୫, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩୮, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୬୫, କୋରାପୁଟରୁ ୬୯, ମାଲକାନଗିରିରୁ ୬୧, ମୟୂରଭଞ୍ଜରୁ ୧୯୬, ନବରଙ୍ଗପୁରରୁ ୨୨, ନୟାଗଡ଼ରୁ ୧୦୦, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୧୮, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଯେଉଁ ୪୭ ଜଣଙ୍କର ମୃତ୍ୟୁ ଘଟିଛି ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୫କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୭୦, ବାଲେଶ୍ୱରରେ ୧୨୮, ବରଗଡ଼ରେ ୧୨୦, କଟକରେ ୨୬୭, ଢେଙ୍କାନାଳରେ ୫୮, ଗଜପତିରେ ୭୦, ଗଞ୍ଜାମରେ ୩୨୫, ଜଗତସିଂହପୁରରେ ୭୩, ଯାଜପୁରରେ ୪୦, ଝାରସୁଗୁଡ଼ାରେ ୧୨୦, କଳାହାଣ୍ଡିରେ ୧୬୮, କେନ୍ଦ୍ରାପଡ଼ାରେ ୭୯, ମୟୂରଭଞ୍ଜରେ ୧୨୫, ନୟାଗଡ଼ରେ ୭୪, ନୂଆପଡ଼ାରେ ୬୯, ପୁରୀରେ ୨୧୮ ଓ ସୁନ୍ଦରଗଡ଼ରେ ୩୪୨କୁ ବୃଦ୍ଧି ପାଇଛି।

ସେହିପରି ବର୍ତ୍ତମାନ ସୁଦ୍ଧା ଭଦ୍ରକ ଜିଲ୍ଲାରେ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗିରରେ ୮୨, ବୌଦ୍ଧରେ ୮୦, ଦେବଗଡ଼ରେ ୩୨, କନ୍ଧମାଳରେ ୪୭, କେନ୍ଦୁଝରରେ ୬୭, କୋରାପୁଟରେ ୫୬, ମାଲକାନଗିରିରେ ୪୦, ନବରଙ୍ଗପୁରରେ ୪୩, ରାୟଗଡ଼ାରେ ୧୪୪, ସମ୍ବଲପୁରରେ ୧୧୩ ଓ ସୁବର୍ଣ୍ଣପୁର ଜିଲ୍ଲାରେ ୩୯ ଜଣଙ୍କ ମୃତ୍ୟୁ ହୋଇଛି।

୩୫୫୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୭ ହଜାର ୬୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୬୦ ହଜାର ୧୪୨ ଜଣ ସୁସ୍ଥ ହୋଇସାରିଲେଣି। ୩୩ ହଜାର ୧୯ ଜଣ ଏବେ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ୩ ହଜାର ଡେଇଁଲା, ଆଉ ୪୭ ମୃତ appeared first on Odisha Reporter.



from Odisha Reporter https://ift.tt/2UFajQ9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages