ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବେଶ କରିବ। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୧୦ରୁ ୧୪ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଏହାସହ ସମୁଦ୍ର ଉପକୂଳ ଅଂଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଅଂଚଳରେ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗରପୁର ଓ ମୟରଭଂଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଗତକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
The post ୧୧ରେ ଲଘୁଚାପ, କାଲିଠୁ ବର୍ଷିବ appeared first on Odisha Reporter.
from Odisha Reporter https://ift.tt/3v94ruS
No comments:
Post a Comment