ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୬ ହଜାର ତଳକୁ ଖସିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 7, 2021

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୬ ହଜାର ତଳକୁ ଖସିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଏହା ୬ ହଜାର ତଳକୁ ଖସି ଆସିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୬୪ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫୩ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରୁ ୪୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୩୮୫, ବାଲେଶ୍ୱରରୁ ୩୭୩, ଭଦ୍ରକରୁ ୩୭୦, କଟକରୁ ୩୪୯ ଓ ଢେଙ୍କାନାଳରୁ ୩୦୬ ଜଣ ଚିହ୍ନଟ ହୋଇଛନ୍ତି।

ବରଗଡ଼ ଜିଲ୍ଲାରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ୭୭, ବୌଦ୍ଧରୁ ୭୩, ଦେବଗଡ଼ରୁ ୨୨, ଗଜପତିରୁ ୪୪, ଗଞ୍ଜାମରୁ ୩୫, ଜଗତସିଂହପୁରରୁ ୨୩୨, ଝାରସୁଗୁଡ଼ାରୁ ୫୪, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୨୩୫, କେନ୍ଦୁଝରରୁ ୧୩୦, କୋରାପୁଟରୁ ୧୨୯, ମାଲକାନଗିରିରୁ ୧୧୬, ମୟୂରଭଞ୍ଜରୁ ୨୬୧, ନବରଙ୍ଗପୁରରୁ ୧୭୪, ନୟାଗଡ଼ରୁ ୧୭୭, ନୂଆପଡ଼ାରୁ ୩୭, ପୁରୀରୁ ୨୪୧, ରାୟଗଡ଼ାରୁ ୧୬୬, ସମ୍ବଲପୁରରୁ ୯୨, ସୋନପୁରରୁ ୭୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି।

୫୮୯୬ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୫ ହଜାର ୧୧୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୪୭ ହଜାର ୮୦୫ ଜଣ ସୁସ୍ଥ ହୋଇସାରିଛନ୍ତି। ୭୪ ହଜାର ୧୭୨ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଏଯାବତ ୩୦୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଜୁନ୍ ୩ ତାରିଖ ପୂର୍ବରୁ ଲଗାତାର ୪ ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୮ ହଜାର ଉପରେ ରହିଥିଲା। ଜୁନ୍ ୩, ୪ ଓ ୫ ତାରିଖରେ ରାଜ୍ୟରେ ଯଥାକ୍ରମେ ୭୭୨୯, ୭୩୯୫ ଓ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜୁନ୍ ୬ ତାରିଖରେ ଏହି ସଂଖ୍ୟା ୬୧୧୮କୁ ଖସିଥିଲା। ଆଉ ଗତ ୨୪ ଘଣ୍ଟାରେ ଅର୍ଥାତ୍ ଜୁନ୍ ୭ ତାରିଖରେ ଏହି ସଂଖ୍ୟା ୬ ହଜାର ତଳକୁ ଖସିଛି।

The post ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୬ ହଜାର ତଳକୁ ଖସିଲା appeared first on Odisha Reporter.



from Odisha Reporter https://ift.tt/3pxTjXb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages