ରାଜ୍ୟରେ ୩୪୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 18, 2021

ରାଜ୍ୟରେ ୩୪୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୭୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

୩୪୨୭ ନୂଆ ଆକ୍ରାନ୍ତ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୩ ଜଣ ଥିବା ବେଳେ କଟକରୁ ୩୯୬, ଯାଜପୁରରୁ ୨୮୫ ଓ ବାଲେଶ୍ୱରରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୩୮ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୨, ଭଦ୍ରକରୁ ୧୩୯, ବଲାଙ୍ଗିରରୁ ୪୦, ବୌଦ୍ଧରୁ ୩୧, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୭୮, ଗଜପତିରୁ ୨୭, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୧୧, କେନ୍ଦୁଝରରୁ ୪୭, କୋରାପୁଟରୁ ୭୨, ମାଲକାନଗିରିରୁ ୩୮, ମୟୂରଭଂଜରୁ ୧୬୨, ନବରଙ୍ଗପୁରରୁ ୬୦, ନୟାଗଡ଼ରୁ ୧୪୨, ନୂଆପଡ଼ାରୁ ୨୦, ପୁରୀରୁ ୨୧୭, ରାୟଗଡ଼ାରୁ ୯୪, ସମ୍ବଲପୁରରୁ ୩୨, ସୁବର୍ଣ୍ଣପୁରରୁ ୩୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଅଛନ୍ତି। କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ବେଳେ ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଂଜ ଓ ନୂଆପଡ଼ାରୁ ୨ ଜଣ ଲେଖାଏଁ ଏବଂ କଳାହାଣ୍ଡି, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୩୪୨୭ଟି ନୂଆ କେସ୍ ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୩ ହଜାର ୯୨୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୨୯ ହଜାର ୮୫୧ ଜଣ ସୁସ୍ଥ ହୋଇସାରିଲେଣି। ୪୦ ହଜାର ୪୭୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୩୪୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3zFhO9R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages