ଥମିବା ନାଁ ଧରୁନି; ରାଜ୍ୟରେ ଆଖି ବୁଜିଲେ ୪୫ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 30, 2021

ଥମିବା ନାଁ ଧରୁନି; ରାଜ୍ୟରେ ଆଖି ବୁଜିଲେ ୪୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  କମୁନି କରୋନା ମୃତ୍ୟୁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ କେବଳ ଭୁବନେଶ୍ୱରର। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି।

ନୟାଗଡ଼ ଓ ପୁରୀ ଜିଲ୍ଲାରେ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ କେନ୍ଦୁଝରରେ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରେ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ସମ୍ବଲପୁର ଓ କଟକ ଜିଲ୍ଲାରେ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ମୃତ୍ୟୁ ମାମଲା ଆସିବା ପରେ ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୩୨, ବରଗଡ଼ରେ ୧୪୧, କଟକରେ ୨୮୭, ଢେଙ୍କାନାଳରେ ୬୫, ଗଞ୍ଜାମରେ ୩୪୧, ଯାଜପୁରରେ ୪୨, ଝାରସୁଗୁଡ଼ାରେ ୧୨୩, କେନ୍ଦୁଝରରେ ୭୨, ମୟୂରଭଞ୍ଜରେ ୧୨୯, ନବରଙ୍ଗପୁରରେ ୪୫, ନୟାଗଡ଼ରେ ୯୯, ପୁରୀରେ ୨୩୪, ସମ୍ବଲପୁରରେ ୧୨୧ ଓ ସୁନ୍ଦରଗଡ଼ ଜିଲ୍ଲାରେ ୩୫୬କୁ ବୃଦ୍ଧି ପାଇଛି।

The post ଥମିବା ନାଁ ଧରୁନି; ରାଜ୍ୟରେ ଆଖି ବୁଜିଲେ ୪୫ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3Agww7y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages