ରାଜ୍ୟର ସବୁ ଜିଲ୍ଲାରେ ହେବ ଅକ୍ସିଜେନ ପ୍ଲାଣ୍ଟ, ୨ ମାସରେ କାମ ସରିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 25, 2021

ରାଜ୍ୟର ସବୁ ଜିଲ୍ଲାରେ ହେବ ଅକ୍ସିଜେନ ପ୍ଲାଣ୍ଟ, ୨ ମାସରେ କାମ ସରିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ରାଜ୍ୟର ୭ଟି ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମେଡିକାଲ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।   ତାସହ ଭର୍ଚୁଆଲ ବ୍ୟବସ୍ଥାରେ ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭିତ୍ତିପ୍ରସ୍ତର ହୋଇଥିବା ଜିଲ୍ଲାଗୁଡିକ ହେଲା ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଏବଂ ନୂଆପଡା । ଏଠାରେ ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ଅନ୍ୟାନ୍ୟ ଜିଲ୍ଲାରେ ବିଭିନ୍ନ ହସ୍ପିଟାଲ୍‌ରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ଓ୍ୱାର୍ଡ ସହ ଟିକା ଭଣ୍ଡାର ଗୃହର ଉଦ୍‌ଘାଟନ ହୋଇଛି ।

ଏହାବ୍ୟତୀତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ମହାମାରୀ ସମୟରେ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆଗାମୀ ଦୁଇ ମାସ ମଧ୍ୟରେ ସମସ୍ତ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ ।

The post ରାଜ୍ୟର ସବୁ ଜିଲ୍ଲାରେ ହେବ ଅକ୍ସିଜେନ ପ୍ଲାଣ୍ଟ, ୨ ମାସରେ କାମ ସରିବ appeared first on Odisha Reporter.



from Odisha Reporter https://ift.tt/3zYLxKU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages