ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୦ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 19, 2021

ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୩୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦୭, ଯାଜପୁରରୁ ୩୩୭ ଓ ପୁରୀରୁ ୨୩୭ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୨୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୫୯, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୮୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ୪୦ ମୃତକଙ୍କ ମଧ୍ୟରେ ବରଗଡ଼ ଓ କଟକ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଅଛନ୍ତି। କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଂଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୋଳ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ବରଗଡ଼ ଓ କଟକ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଯଥାକ୍ରମେ ୯୦ ଓ ୨୩୭କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୬୦, ବଲାଙ୍ଗିରରେ ୭୮, ଗଞ୍ଜାମରେ ୩୧୨, ଝାରସୁଗୁଡ଼ାରେ ୧୦୯, ଖୋର୍ଦ୍ଧାରେ ୫୬୮, କୋରାପୁଟରେ ୫୧, ମାଲକାନଗିରିରେ ୩୯, ମୟୂରଭଞ୍ଜରେ ୧୧୮, ନୟାଗଡ଼ରେ ୬୨, ପୁରୀରେ ୧୯୬, ରାୟଗଡ଼ାରେ ୧୪୩ ଓ ସୁନ୍ଦରଗଡ଼ରେ ୩୨୮କୁ ବୃଦ୍ଧି ପାଇଛି।

୩୫୭୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୩୫ ହଜାର ୧୩୨ ଜଣ ସୁସ୍ଥ ହୋଇସାରିଲେଣି। ଏବେ ୩୮ ହଜାର ୭୨୭ ଜଣ ଚିକିତ୍ସାଧୀନ ଥିବା ବେଳେ ରାଜ୍ୟରେ କରୋନ ଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୩୫୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୦ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3xyIiHZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages