୧୮ ଜିଲ୍ଲାରୁ ୪୨ ଜଣଙ୍କ ମୃତ୍ୟୁ, ସୁନ୍ଦରଗଡ଼ରେ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 2, 2021

୧୮ ଜିଲ୍ଲାରୁ ୪୨ ଜଣଙ୍କ ମୃତ୍ୟୁ, ସୁନ୍ଦରଗଡ଼ରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି।

୧୮ ଜିଲ୍ଲାରୁ ଏହି ୪୨ ଜଣଙ୍କ ମୃତ୍ୟୁ ଖବର ଆସିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫କୁ ବୃଦ୍ଧି ପାଇଛି।

କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ ବୌଦ୍ଧ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ଦେବଗଡ଼, ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନାରେ ଜୀବନ ହାରିଛନ୍ତି। ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।

ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୧କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୦୮, ବରଗଡ଼ରେ ୪୯, ଭଦ୍ରକରେ ୩୪, ବଲାଙ୍ଗିରରେ ୬୩, ବୌଦ୍ଧରେ ୪୮, କଟକରେ ୧୭୪, ଦେବଗଡ଼ରେ ୧୯, ଗଜପତିରେ ୬୦, ଗଞ୍ଜାମରେ ୨୮୫, ଝାରସୁଗୁଡ଼ାରେ ୬୧, କଳାହାଣ୍ଡିରେ ୧୨୫, କେନ୍ଦ୍ରାପଡ଼ାରେ ୫୨, ଖୋର୍ଦ୍ଧାରେ ୪୭୯, ନବରଙ୍ଗପୁରରେ ୪୨, ପୁରୀରେ ୧୫୫ ଓ ରାୟଗଡ଼ା ଜିଲ୍ଲାରେ ୧୧୪ ଜଣଙ୍କ ମୃତ୍ୟୁ ହୋଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୮୯୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫ ଜଣ ଚିହ୍ନଟ ହୋଇଛନ୍ତି।

The post ୧୮ ଜିଲ୍ଲାରୁ ୪୨ ଜଣଙ୍କ ମୃତ୍ୟୁ, ସୁନ୍ଦରଗଡ଼ରେ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/3uIKoDn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages