ରାଜ୍ୟରେ ୯ ଲକ୍ଷ ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 26, 2021

ରାଜ୍ୟରେ ୯ ଲକ୍ଷ ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ଅତିକ୍ରମ କରିଯାଇଛି। ଅବଶ୍ୟ ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୬୩ ହଜାରରୁ ଅଧିକ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିଭଳି ରାଜ୍ୟରେ ଆଉ ୩୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

୩୪୦୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୬୫ଟି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୫୩, ଯାଜପୁରରୁ ୨୫୮, ବାଲେଶ୍ୱରରୁ ୨୫୧, ପୁରୀରୁ ୨୧୫, ଭଦ୍ରକରୁ ୧୬୯, ନୟାଗଡ଼ରୁ ୧୬୦ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୫୮ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୯୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୪, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୨୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୭୩, ଗଜପତିରୁ ୧୪, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୧୯, କେନ୍ଦ୍ରାପଡ଼ାରୁ ୧୧୦, କେନ୍ଦୁଝରରୁ ୭୦, କୋରାପୁଟରୁ ୭୬, ମାଲକାନଗିରିରୁ ୭୩, ନବରଙ୍ଗପୁରରୁ ୪୩, ନୂଆପଡ଼ାରୁ ୬, ରାୟଗଡ଼ାରୁ ୭୭, ସମ୍ବଲପୁରରୁ ୨୮, ସୋନପୁରରୁ ୧୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିଭଳି କରୋନାରେ ପ୍ରାଣ ହରାଇଥିବା ଆଉ ୩୯ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଏବଂ ଗଂଜାମ, କେନ୍ଦ୍ରାପଡ଼ା, ମୟୂରଭଂଜ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲ୍ଲାରୁ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୧୨୫, କଟକରେ ୨୭୨, ଗଞ୍ଜାମରେ ୩୨୭, କେନ୍ଦ୍ରାପଡ଼ାରେ ୮୧, ମୟୂରଭଞ୍ଜରେ ୧୨୭, ନୟାଗଡ଼ରେ ୭୯, ପୁରୀରେ ୨୧୯, ସମ୍ବଲପୁରରେ ୧୧୬, ସୁବର୍ଣ୍ଣପୁରରେ ୪୧ ଓ ସୁନ୍ଦରଗଡ଼ରେ ୩୪୫କୁ ବୃଦ୍ଧି ପାଇଛି।

୩୪୦୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୬୩ ହଜାର ୮୨୪ ଜଣ ସୁସ୍ଥ ହୋଇସାରିଛନ୍ତି। ୩୨ ହଜାର ୭୦୬ ଜଣ ଏବେ ଚିକିତ୍ସାଧୀନ ରହିଛନ୍ତି। ଅନ୍ୟପକ୍ଷରେ ଆଉ ୩୯ ଜଣ ପ୍ରାଣ ହରାଇବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୯ ଲକ୍ଷ ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3didx2B

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages