ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 27, 2021

ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ ଭାବେ ୪ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ।

ଏହାବ୍ୟତୀତ ଆଗାମୀ ୨୪ ଘଣ୍ଟାରେ  ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଗଂଜାମ, ଗଜପତି ସମେତ ଅଭ୍ୟନ୍ତରରୀଣ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା  ହେବା ନେଇ ପୂର୍ବନୁମାନ କରାଯାଇଛି ପାଣିପାଗ ବିଭାଗ ।

ଏଯାଏ ରାଜ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୨୫୭.୪ ମିମି ବର୍ଷା ହୋଇଥିବା ବେଳେ ଗଂଜାମ ଜିଲ୍ଲାରେ ସର୍ବନିମ୍ନ ୭୯.୫ ମିମି ବର୍ଷା ରେକର୍ଡ ହୋଇଛି ।

ପାଣିପାଗ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଜୁନ୍‌ ୧ ତାରିଖରୁ ୨୭ ତାରିଖ ମଧ୍ୟରେ ଓଡ଼ିଶାରେ ୧୭୪.୯ ମିମି ବର୍ଷା ଅନୁଭୂତ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୮୬.୧ ମିମିଠାରୁ  ୬ ପ୍ରତିଶତ କମ୍‌ ରହିଛି।

୧ ଜୁନ୍‌ରୁ ୨୭ ଜୁନ୍‌ ମଧ୍ୟରେ ୧୦ଟି ଜିଲ୍ଲା ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝରଠାରେ ନିଅଣ୍ଟିଆ ବର୍ଷା ଅନୁଭୂତ ହୋଇଛି , ଯାହା ସ୍ୱାଭାବିକ ବର୍ଷାଠାରୁ ୨୦ରୁ ୫୯% ଯାଏ କମ୍‌ ରହିଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, କଟକ, ଜଗତସିଂହପୁର, କେଦ୍ରାପଡ଼ା, କୋରାପୁଟ ଆଦି ୭ଜିଲ୍ଲାରେ ସ୍ୱାଭାବିକଠାରୁ ୨୦ରୁ ୫୯ ପ୍ରତିଶତ ଯାଏ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୧୩ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି।

The post ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3h03AsB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages