ନୂଆଦିଲ୍ଲୀ: ଦୁଇ ଦିନର ବ୍ୟବଧାନ ପରେ ଦେଶରେ ପୁଣି ଉପର ମୁହାଁ ହୋଇଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଦେଶରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦିନକରେ ୫୦,୦୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୫୮ ଜଣଙ୍କ ମୃତ୍ୟୁ ହୋଇଛି ।
ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨ ଲକ୍ଷ ୩୩ ହଜାର ୧୮୩ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୫ ହଜାର ୭୫୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୨,୫୧,୦୨୯ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୮୬,୪୦୩।
ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୧୭,୬୦,୦୭୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
The post ପୁଣି ଉପର ମୁହାଁ ହେଲା କରୋନା ସଂକ୍ରମଣ appeared first on Odisha Reporter.
from Odisha Reporter https://ift.tt/3hbY2tY
No comments:
Post a Comment