ଲଘୁଚାପ ପ୍ରଭାବ: ୨୪ ଘଣ୍ଟା ମଧ୍ୟରେ ଆହୁରି ପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 22, 2021

ଲଘୁଚାପ ପ୍ରଭାବ: ୨୪ ଘଣ୍ଟା ମଧ୍ୟରେ ଆହୁରି ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିଛି ମୌସୁମୀ ପ୍ରଭାବରେ ବର୍ଷା।  ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତର-ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏଁ ସମୁଦ୍ରପତ୍ତନରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି ।

୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି  କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏହାସହ ରାଜ୍ୟରେ ଗତକାଲି ସୁଦ୍ଧା ସ୍ୱାଭାବିକ ବର୍ଷା ହୋଇଥିବା ତଥ୍ୟ ପ୍ରକାଶ କରିଛି ପାଣିପାଗ ବିଭାଗ । ଗତକାଲି ସୁଦ୍ଧା ରାଜ୍ୟରେ ୧୩୯ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ  ହୋଇଛି । ରାୟଗଡା, ଗଂଜାମ, ଗଜପତି, ନୟାଗଡ, ଯାଜପୁର, ଭଦ୍ରକ, କନ୍ଧମାଳ  ଏବଂ କେନ୍ଦୁଝର ଜିଲ୍ଲାରେ ସ୍ବାଭାବିକ ଠାରୁ କମ ବର୍ଷା ରେକର୍ଡ  ହୋଇଛି ।୨ ଜିଲ୍ଲା ସୁନ୍ଦରଗଡ଼ ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୨୪୧ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଗଂଜାମ ଜିଲ୍ଲାରେ ସବୁଠାରୁ କମ ୬୫ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ ହୋଇଛି।

The post ଲଘୁଚାପ ପ୍ରଭାବ: ୨୪ ଘଣ୍ଟା ମଧ୍ୟରେ ଆହୁରି ପ୍ରବଳ ବର୍ଷା appeared first on Odisha Reporter.



from Odisha Reporter https://ift.tt/3gOkj1Z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages