ରାଜ୍ୟରେ ୮୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ଜଣଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 2, 2021

ରାଜ୍ୟରେ ୮୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୮୯୧ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ ଆଉ ୪୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୬୯, ମୟୂରଭଞ୍ଜରୁ ୫୮୩, ଢେଙ୍କାନାଳରୁ ୫୧୦, ଯାଜପୁରରୁ ୪୯୩ ଓ ପୁରୀ ଜିଲ୍ଲାରୁ ୪୩୮ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୧୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯୫, ବରଗଡ଼ରୁ ୧୯୩, ଭଦ୍ରକରୁ ୪୧୯, ବଲାଙ୍ଗିରରୁ ୮୯, ବୌଦ୍ଧରୁ ୧୭୯, ଦେବଗଡ଼ରୁ ୮୪, ଗଜପତିରୁ ୫୨, ଗଞ୍ଜାମରୁ ୧୯୬, ଜଗତସିଂହପୁରରୁ ୧୨୧, କଳାହାଣ୍ଡିରୁ ୧୪୫, କନ୍ଧମାଳରୁ ୫୮, କେନ୍ଦ୍ରାପଡ଼ାରୁ ୩୦୨, କେନ୍ଦୁଝରରୁ ୧୮୮, କୋରାପୁଟରୁ ୯୯, ମାଲକାନଗିରିରୁ ୮୫, ନବରଙ୍ଗପୁରରୁ ୧୨୯, ନୟାଗଡ଼ରୁ ୨୪୬, ନୂଆପଡ଼ାରୁ ୩୪, ରାୟଗଡ଼ାରୁ ୨୧୬, ସମ୍ବଲପୁରରୁ ୧୯୪, ସୋନପୁରରୁ ୧୧୮ ଓ ସୁନ୍ଦରଗଡ଼ରୁ ୩୩୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୦୦ ଜଣ ଚିହ୍ନଟ ହୋଇଛନ୍ତି।

୮୮୩୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୦ ହଜାର ୯୭୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୨ ହଜାର ୬୨୧ ଜଣ ସୁସ୍ଥ ହୋଇସାରିଲେଣି। ୮୫ ହଜାର ୪୨୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଆଉ ୪୨ ଜଣ ପ୍ରାଣ ହରାଇବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ୮୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ଜଣଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3ceHnEy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages