ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନି ଦିନ ପରେ ରାଜ୍ୟରେ ପୁଣି ୩ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୨୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ମୃତ୍ୟୁ ଘଟିଛି।
୨୬୪୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୩୬୫, କଟକରୁ ୨୬୬, ପୁରୀରୁ ୧୭୮, ଯାଜପୁରରୁ ୧୬୨, ମୟୂରଭଞ୍ଜରୁ ୧୫୫, ଜଗତସିଂହପୁରରୁ ୧୩୨ ଓ ଭଦ୍ରକ ଜିଲ୍ଲାରୁ ୧୨୮ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୧, ବଲାଙ୍ଗିରରୁ ୧୧, ବୌଦ୍ଧରୁ ୧୯, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୮, ଗଞ୍ଜାମରୁ ୧୭, ଝାରସୁଗୁଡ଼ା ୮, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୫, କେନ୍ଦୁଝରରୁ ୭୦, କୋରାପୁଟରୁ ୬୧, ମାଲକାନଗିରିରୁ ୬୪, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୯୨, ନୂଆପଡ଼ାରୁ ୮, ରାୟଗଡ଼ାରୁ ୪୯, ସମ୍ବଲପୁରରୁ ୨୩, ସୋନପୁରରୁ ୨୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି।
୨୬୪୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୪୨୯କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୭୦ ହଜାର ୭୮୭ ଜଣ ସୁସ୍ଥ ହୋଇସାରିଛନ୍ତି। ୩୧ ହଜାର ୬୧୯ ଜଣ ଏବେ ଚିକିତ୍ସାଧୀନ ଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି।
The post ରାଜ୍ୟରେ ପୁଣି ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ବାଲେଶ୍ୱରରୁ ସର୍ବାଧିକ ଚିହ୍ନଟ appeared first on Odisha Reporter.
from Odisha Reporter https://ift.tt/3dmKcDY
No comments:
Post a Comment