ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 22, 2021

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା।  ସ୍ନାନବେଦୀଙ୍କୁ ବିଜେ କରିବେ ଶ୍ରୀଜିଉ।  ସ୍ନାନବେଦୀରେ ଗଜ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ।  କୋଭିଡ୍ ସ୍ଥିତିରୁ ଚଳିତ ବର୍ଷ ଭକ୍ତଙ୍କ ପ୍ରବେଶକୁ ଅନୁମତି ଦିଆଯାଇନାହିଁ।  ରଥଯାତ୍ରା ଲାଗି ଗତକାଲି ରାତିରୁ ଶ୍ରୀମନ୍ଦିରକୁ  ଆରମ୍ଭ ହୋଇଛି ଦଇତା ପ୍ରବେଶ ନୀତି ।

ମଙ୍ଗଳ ଆଳତୀ ପରେ ବିଭିନ୍ନ ବାଡ଼ର ଦଇତା ସେବକ ସିଂହଦ୍ୱାର ଦେଇ ପ୍ରବେଶ କରିବା ପରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ଫେରିଛନ୍ତି । ସ୍ନାନଯାତ୍ରା ଲାଗି ଆଜି ରାତିରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହେବ । ଶ୍ରୀଜିଉମାନେ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ । ୨୪ ତାରିଖ ସକାଳୁ ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେହବ । ଅପରାହ୍ନରେ ଗଜଓଲାଗି ବେଶ ପରେ ଆରମ୍ଭ ହେବ । ବାହୁଡ଼ା ପହଣ୍ଡି  ଏହିପରେ ଶ୍ରୀଜିଉଙ୍କ ଅଣସର ନୀତି ଆରମ୍ଭ ହେବ।

ତେବେ ଶ୍ରୀକ୍ଷେତ୍ର ପୁରୀରେ ହେବାକୁ ଥିବା ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଲାଗୁ ହେବ ୧୪୪ ଧାରା। ଆଜି ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏଁ ଏହା ବଳବତ୍ତର ରହିବ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବଂ ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିବ।  ଉପ ଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି । ଆଦେଶ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।

The post ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା appeared first on Odisha Reporter.



from Odisha Reporter https://ift.tt/3zPr7E8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages