ମଦ ପିଇ ନାବାଳିକା ଝିଅକୁ ବାପାର ଦୁର୍ବ୍ୟବହାର ପ୍ରୟାସ, ମାରି ଦେଲା ମା’! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 4, 2021

ମଦ ପିଇ ନାବାଳିକା ଝିଅକୁ ବାପାର ଦୁର୍ବ୍ୟବହାର ପ୍ରୟାସ, ମାରି ଦେଲା ମା’!

ନୀଳଗିରି (ଓଡ଼ିଶା ରିପୋର୍ଟର): ମଦ ପିଇ ନାବାଳିକ ଝିଅକୁ ଦୁର୍ବ୍ୟବହାର ପ୍ରୟାସ କରୁଥିଲା ବାପା। ଏହି ସମୟରେ ବାଧା ଦେଲା ମା’। ତା’ପରେ ହେଲା ଝଗଡ଼ା। ଝଗଡ଼ା ବେଳେ ମା’ର ଆକ୍ରମଣରେ ଚାଲିଗଲା ବାପାର ଜୀବନ। ଏମିତି ଏକ ଅଭିଯୋଗ ଆସିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ତେଣ୍ଡା ଗାଁରୁ।

ମୃତ ବ୍ୟକ୍ତିଙ୍କ ନାଁ ବୁଟୁ ସିଂ। ତାଙ୍କ ପତ୍ନୀଙ୍କ ନା ଗୁରୁବାରୀ ସିଂ।

ଅଭିଯୋଗ ଅନୁଯାୟୀ, ଗତକାଲି ରାତିରେ ମଦ ପିଇ ନିଜ ନାବାଳିକା ଝିଅକୁ ଦୁର୍ବ୍ୟବହାର କରିବାକୁ ପ୍ରୟାସ କରିଥିଲେ ବୁଟୁ। ଏହି ସମୟରେ ଗୁରୁବାରୀ ତାଙ୍କୁ ବାଧା ଦେଇଥିଲେ। ଏହା ପରେ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଝଗଡ଼ା ବେଳେ ଗୁରୁବାରୀ ଉତ୍‌କ୍ଷିପ୍ତ ହୋଇ ବୁଟୁଙ୍କୁ ଏକ ଚୁଲି ଫୁଙ୍କା ନଳୀରେ ଆକ୍ରମଣ କରିଥିଲେ। ତାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ଘଟଣାସ୍ଥଳରେ ବୁଟୁଙ୍କ ମୃତ୍ୟୁ ଘଟିଥିଲା। ମୃତଦେହକୁ ଘରେ ପକାଇ ଗୁରୁବାରୀ ଅନ୍ୟତ୍ର ଲୁଚି ଯାଇଥିଲେ।

ଲୋକଙ୍କ ଠାରୁ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଗୁରୁବାରୀଙ୍କୁ ଖୋଜି ବାହାର କରିଥିଲା। ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌।

The post ମଦ ପିଇ ନାବାଳିକା ଝିଅକୁ ବାପାର ଦୁର୍ବ୍ୟବହାର ପ୍ରୟାସ, ମାରି ଦେଲା ମା’! appeared first on Odisha Reporter.



from Odisha Reporter https://ift.tt/3cfZU3e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages