ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା, କାଲିଠୁ ଲାଗୁ ହେବ ୧୪୪ ଧାରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 21, 2021

ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା, କାଲିଠୁ ଲାଗୁ ହେବ ୧୪୪ ଧାରା

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀକ୍ଷେତ୍ର ପୁରୀରେ ହେବାକୁ ଥିବା ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଲାଗୁ ହେବ ୧୪୪ ଧାରା । ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖ ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏଁ ଏହା ବଳବତ୍ତର ରହିବ।

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବଂ  ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିବ । ଉପ ଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି।  ଆଦେଶ ଉଲଙ୍ଘନ କଲେ ଆଇନ ଅନୁଯାୟୀ କାଯର୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ ।

ଅନ୍ୟପଟେ ଶ୍ରୀଜୀଉଙ୍କ ସ୍ନାନ ଓ ରଥଯାତ୍ରାର ନୀତି ନିର୍ଘଣ୍ଟ କରାଯାଇଛି । ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ସ୍ଥିର ହୋଇସାରିଛି । କୋଭିଡ୍ ସଂକ୍ରମଣକୁ ଦେଖି ଗତବର୍ଷ ଭଳି ଏ ବର୍ଷ ବି ଘୋଷଯାତ୍ରା ବିନା ଭକ୍ତରେ ହେବାକୁ ଯାଉଛି। ୧୦୮ ଗରା ପାଣିରେ ଗୋଧୋଇବେ ମହାପ୍ରଭୁ । କିନ୍ତୁ ମହାବାହୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ପାଇପାରିବେନି ସାଧାରଣ ଭକ୍ତ । କରୋନା ଭାଇରସ ମହାମାରୀ ଯୋଗୁଁ ଗତବର୍ଷ ଭଳି ଚଳିତ ଥର ମଧ୍ୟ ବିନାଭକ୍ତରେ ଶ୍ରୀଜିଉଙ୍କର ଦେବସ୍ନାନ ପୂର୍ଣ୍ଣିମା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଆସନ୍ତା ଜୁଲାଇ ୧୨ ତାରିଖରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତି ଅନୁଷ୍ଠିତ ହେବ ।

The post ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା, କାଲିଠୁ ଲାଗୁ ହେବ ୧୪୪ ଧାରା appeared first on Odisha Reporter.



from Odisha Reporter https://ift.tt/3zKtEiJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages