ରାଜ୍ୟରେ ଆଉ ୪୦ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 28, 2021

ରାଜ୍ୟରେ ଆଉ ୪୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି।

ଏହି ୪୦ ମୃତକଙ୍କ ମଧ୍ୟରେ ୧୧ ଜଣ ମହିଳା ଅଛନ୍ତି। ସେହିଭଳି ସେମାନଙ୍କ ମଧ୍ୟରୁ ୧୭ ଜଣ ଡାଇବେଟିସ୍‌, ଉଚ୍ଚ ରକ୍ତଚାପ ଓ ଆଜ୍‌ମା ଭଳି ଅନ୍ୟାନ୍ୟ ସମସ୍ୟାରେ ପୀଡ଼ିତ ଥିଲେ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଅଛନ୍ତି। ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟି ଥିବା ବେଳେ ପୁରୀରୁ ୪ ଏବଂ ଅନୁଗୋଳ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି ଜିଲ୍ଲାରୁ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୦କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୧୩୫, କଟକରେ ୨୮୦, ନୟାଗଡ଼ରେ ୮୯, ପୁରୀରେ ୨୨୮, ଅନୁଗୋଳରେ ୧୭୩, ଗଞ୍ଜାମରେ ୩୩୩, କଳାହାଣ୍ଡିରେ ୧୭୦, ଭଦ୍ରକରେ ୪୮, ଢେଙ୍କାନାଳରେ ୬୧, ଯାଜପୁରରେ ୪୧, କୋରାପୁଟରେ ୫୭, ନବରଙ୍ଗପୁରରେ ୪୪ ଓ ସମ୍ବଲପୁର ଜିଲ୍ଲାରେ ୧୧୮କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ଆଉ ୪୦ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2U8g3Si

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages