ଜେଲ୍‌ରୁ ବାହାରିବେ ଗୋପାଳପୁର ବିଧାୟକ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 11, 2021

ଜେଲ୍‌ରୁ ବାହାରିବେ ଗୋପାଳପୁର ବିଧାୟକ!

କଟକ (ଓଡ଼ିଶା ରିପୋର୍ଟର): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ମିଳିଛି ଜାମିନ। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି।

୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି। ତା’ସହିତ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବାକୁ ତଥା ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ ସର୍ତ୍ତ ରଖାଯାଇଛି।

ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ ପୂର୍ବରୁ ୫ଟିରେ ତାଙ୍କୁ ଜାମିନ ମିଳି ସାରିଥିଲା। ଆଜି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ସେ ଜେଲ୍‌ରୁ ମୁକ୍ତ ହେବେ କି ନାହିଁ, ତାହା ସ୍ପଷ୍ଟ ହୋଇପାରି ନାହିଁ।

ହାଇକୋର୍ଟରେ ତାଙ୍କର ଆଉ କୌଣସି ମାମଲା ନାହିଁ। କିନ୍ତୁ ଜେଲ୍‌ରେ ମୋବାଇଲ୍ ବ୍ୟବହାର କରିଥିବା ନେଇ ଲକ୍ଷ୍ମୀସାଗର ଥାନାରେ ତାଙ୍କ ନାଁରେ ଏକ ମାମଲା ରୁଜୁ ହୋଇଥିଲା। ଯଦି ସେଥିରେ ତାଙ୍କୁ ନିମ୍ନକୋର୍ଟରୁ ଜାମିନ୍ ମିଳିସାରିଥିବ, ତା’ହେଲେ ସେ ଜେଲ୍‌ରୁ ମୁକ୍ତ ହୋଇପାରନ୍ତି। ତେବେ ଏନେଇ ତାଙ୍କ ଆଡ୍‌ଭୋକେଟ୍‌ଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଜରିଆରେ ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଲୋକଙ୍କ ଠାରୁ ଟଙ୍କା ଆଦାୟ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଗଞ୍ଜାମର ଭିନ୍ନ ଭିନ୍ନ ଥାନାରେ ତାଙ୍କ ନାଁରେ ଏକାଧିକ ମାମଲା ରୁଜୁ ହୋଇଥିଲା।

ସୂଚନାଯୋଗ୍ୟ, ଦୁଇ ଦିନ ପୂର୍ବରୁ ଆକାଶ ପାଠକ ଓ ତାଙ୍କ ବାପା ତଥା ପୂର୍ବତନ ଆଇଏଫ୍‌ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ଜାମିନ ମିଳିଥିଲା। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ସେମାନଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ଉଭୟଙ୍କ ନାଁରେ ଅନ୍ୟାନ୍ୟ ମାମଲା ଥିବାରୁ ସେମାନେ ଜେଲ୍‌ରୁ ବାହାରି ପାରି ନାହାନ୍ତି।

ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଅଭୟକାନ୍ତଙ୍କ ପୁଅ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିବା ବେଳେ କ୍ରାଇମବ୍ରାଞ୍ଚ ‌ଏହି ଘଟଣାର ତଦନ୍ତ କରୁଛି।

 

The post ଜେଲ୍‌ରୁ ବାହାରିବେ ଗୋପାଳପୁର ବିଧାୟକ! appeared first on Odisha Reporter.



from Odisha Reporter https://ift.tt/3vc7xys

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages