ଆଜି ୨୨ ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 30, 2021

ଆଜି ୨୨ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୨ଟି ଜିଲ୍ଲାକୁ ଏ ନେଇ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଜୁଲାଇ ପ୍ରଥମରେ ହାଲକା ବର୍ଷା ସହ ଘଡ଼ଘଡ଼ି, ବିଜୁଳି ମାରିବା ନେଇ ଆକଳନ କରାଯାଇଥିବା ପାଣିପାଗ ବିଶେଷଜ୍ଞ ଏଚ.ଆର ବିଶ୍ୱାସ କହିଛନ୍ତି ।

The post ଆଜି ୨୨ ଜିଲ୍ଲାରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3y51gGu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages