ବଳଦେବଜୀଉ ମନ୍ଦିର ନିକଟରେ ଲାଗିଲା ୧୪୪ ଧାରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 23, 2021

ବଳଦେବଜୀଉ ମନ୍ଦିର ନିକଟରେ ଲାଗିଲା ୧୪୪ ଧାରା

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଲାଗିଲା ୧୪୪ ଧାରା।  ଜିଲ୍ଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ମନ୍ଦିର ଚତୁପାର୍ଶ୍ୱ, ରଥଦାଣ୍ଡ ସମେତ ମାଉସୀ ମା ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି । ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ଗତକାଲି ସଂଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ଏହି ଧାରା ୧୪୪ ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ଶ୍ରୀଜୀଉଙ୍କ ନୀତିକାନ୍ତି ମନ୍ଦିର ପରିସର ମଧ୍ୟରେ କରାଯିବ।

ତେବେ ବଳଦେବଜୀଉଙ୍କ ନୀତିକାନ୍ତି ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାପନ କରିବାକୁ ସ୍ଥିର ହୋଇଛି । ଏହି ସମୟ ମଧ୍ୟରେ ମନ୍ଦିର ଠାରୁ ୧ କିଲୋମିଟର ପର୍ଯ୍ୟନ୍ତ କୌଣସି ପ୍ରକାର ଭିଡ଼ ଅଥବା କୋଳାହଳ କରିବାକୁ କାହାକୁ ସୁଯୋଗ ଦିଆଯିବ ନାହିଁ  । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

The post ବଳଦେବଜୀଉ ମନ୍ଦିର ନିକଟରେ ଲାଗିଲା ୧୪୪ ଧାରା appeared first on Odisha Reporter.



from Odisha Reporter https://ift.tt/3vTDsno

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages