ରାଜ୍ୟରେ କରୋନା ନେଲା ଆଉ ୪୫ ଜୀବନ, ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 7, 2021

ରାଜ୍ୟରେ କରୋନା ନେଲା ଆଉ ୪୫ ଜୀବନ, ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି।

୧୭ଟି ଜିଲ୍ଲାରୁ ଏହି ୪୫ ଜଣଙ୍କ ମୃତ୍ୟୁ ସୂଚନା ଆସିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଅଛନ୍ତି। ଏହା ସହିତ ଏହି ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୭କୁ ବୃଦ୍ଧି ପାଇଛି, ଯାହା ସାରା ରାଜ୍ୟରେ ଅଧିକ।

କଟକ ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଏବଂ ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

ବରଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୬କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୧୦, ବରଗଡ଼ରେ ୫୬, ବୌଦ୍ଧରେ ୬୦, କଟକରେ ୧୮୯, ଢେଙ୍କାନାଳରେ ୪୩, ଜଗତସିଂହପୁରରେ ୫୦, ଯାଜପୁରରେ ୩୪, ଝାରସୁଗୁଡ଼ାରେ ୭୫, କଳାହାଣ୍ଡିରେ ୧୪୦, କେନ୍ଦ୍ରାପଡ଼ାରେ ୫୫, ମାଲକାନଗିରିରେ ୩୪, ମୟୂରଭଞ୍ଜରେ ୧୦୩, ନୟାଗଡ଼ରେ ୫୪, ରାୟଗଡ଼ାରେ ୧୨୦ ଓ ସୁନ୍ଦରଗଡ଼ ଜିଲ୍ଲାରେ ୨୯୨କୁ ବୃଦ୍ଧି ପାଇଛି।

ସୋମବାର ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଥିଲେ ଯେ ଯେହେତୁ ୬୦ ପ୍ରତିଶତ କରୋନା ରୋଗୀ ଆଇସିୟୁରେ ଅଛନ୍ତି, ତେଣୁ ମୃତ୍ୟୁ ସଂଖ୍ୟା ଅଧିକ ରହୁଛି।

ସୂଚନାଯୋଗ୍ୟ, ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୮୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫୩ ଜଣ ଅଛନ୍ତି।

The post ରାଜ୍ୟରେ କରୋନା ନେଲା ଆଉ ୪୫ ଜୀବନ, ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/34Y6yam

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages